ବୁଡ଼ିଲା ରାଜଧାନୀ Bhubaneswar….ରାସ୍ତା ଉପରେ ଛୁଟୁଛି ସୁଅ, ଦେଖନ୍ତୁ Video

ନମସ୍କାର ବନ୍ଧୁଗଣ ତେବେ ସକ୍ରିୟ  ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି । ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ପୁରୀରେ ଆଜି ସକାଳୁ ପ୍ରବଳ ବର୍ଷା ହେଉଛି । ଆଜି ପୁରୀରେ ୮୭ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଭୁବନେଶ୍ୱରରେ ୨୪.୬ ମିଲିମିଟର, ପାରାଦୀପରେ ୧୫ ମିଲିମିଟର, ଚାନ୍ଦବାଲିରେ ୧୫, ବାଲେଶ୍ୱର ରେ ୧୩ ମିଲିମିଟର ଏବଂ ଗୋପାଳପୁରରେ ୬ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ଅବିଶ୍ରାନ୍ତ ବର୍ଷା ଯୋଗୁ ରାଜଧାନୀର କେତେକ ସ୍ଥାନରେ ଓ୍ୱାଟର ଲଗିଂ ସ୍ଥିତି ସୃଷ୍ଟି ହୋଇଥିଲା । ଆଜି ସକାଳୁ ସକାଳୁ ତୁହାକୁ ତୁହା ବର୍ଷା ଢାଳୁଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହାସହ ଖାଲୁଆ ସ୍ଥାନଗୁଡ଼ିକ ଜଳପୂର୍ଣ୍ଣ ହେବାରେ ଲାଗିଛି । ଫଳରେ ଆଜି ସକାଳ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି । ରାଜଧାନୀ ଭୁବନେଶ୍ୱରର ବମିଖାଲ, ଇସ୍କନ ଏରିଆ ଭଳି କିଛି ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଥିଲା ।

ତେବେ ଏହି ଆଉ ଲଘୁଚାପ ଆସୁଛି । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ଆଜିଠାରୁ ବର୍ଷା ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୭ ତାରିଖ ବେଳକୁ ଉତ୍ତର-ପଶ୍ଚିମ ତତ୍ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ମଧ୍ୟ ରହିଛି । ତେବେ ସେହିପରି ସକ୍ରିୟ ଘୁର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଥିବା ବେଳେ ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି ।

ଏହା ସହ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଜୁନ ପହିଲାରୁ ଅଗଷ୍ଟ ୬ ତାରିଖ ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ଠାରୁ କମ୍ ବୃଷ୍ଟିପାତ ହୋଇଛି । ଏହି ସମୟ ମଧ୍ୟରେ ୫୩୯.୨ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

ହେଲେ ଏହି ସମୟ ମଧ୍ୟରେ ସ୍ୱାଭାବିକ ବର୍ଷା ୬୨୯ ମିଲିମିଟର ବର୍ଷା ହେବା କଥା  କିନ୍ତୁ କେବଳ ଗୋଟିଏ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ମାତ୍ରାରେ ବର୍ଷା ହୋଇଛି । ଏବଂ ଅନ୍ୟ ୨୧ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ଏବଂ ୮ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ବର୍ଷା ହୋଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହା ଉପରେ ଆପଣଙ୍କ ମତାମତ କଣ ନିଶ୍ଚିତ ଜଣାନ୍ତୁ ।

Leave a Reply

Your email address will not be published. Required fields are marked *